22.1 C
Bhubaneswar
Wednesday, January 29, 2025
Homeଓଡିଶାକ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କୁ କରୋନା

କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୟାପିଟାଲ ହସ୍ପିଟାଲର ୩ ଜଣ କର୍ମଚାରୀଙ୍କ ନମୁନା ପଜିଟିଭ ଆସିଛି । ଜଣେ ଡାକ୍ତର, ଜଣେ ଫାର୍ମାସିଷ୍ଟ ଓ ଜଣେ ମ୍ୟାନେଜର ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସମସ୍ତ କର୍ମଚାରୀଙ୍କୁ ସଂଗରୋଧରେ ରଖାଯାଇଥିବା ନିର୍ଦ୍ଦେଶକ ସୂଚନା ପ୍ରଦାନ କରିଛନ୍ତି ।

ଅନ୍ୟପଟେ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତକାଲି ରାଜ୍ୟରେ ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୦୦ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରୁ ୬ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୪୮ ଜଣ, ଦେବଗଡ଼ରୁ ୧୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୩୪ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୦ ଜଣ, ଝାରସୁଗୁଡ଼ାରୁ ୬୬ ଜଣ, କଳାହାଣ୍ଡିରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩୧ ଜଣ, ଖୋର୍ଦ୍ଧାରୁ ୬୬୯ ଜଣ, କୋରାପୁଟରୁ ୧୫ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨୫ ଜଣ, ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୨୫ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬୨ ଜଣ ଓ ଷ୍ଟେଟ ପୁଲରୁ ୧୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୯ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୫ ହଜାର ୫୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୭୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking