ବୌଦ୍ଧ: ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଲା କାର । ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି । ବୌଦ୍ଧ ଜିଲ୍ଲା ୫୭ ନୂଆପଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାପାର ମୃତ୍ୟୁ ଖବର ଶୁଣି ନୟାଗଡ ଗଣିଆ ଯାଉଥିଲେ ପୁଅବୋହୂ । ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଚରା ଉଚରା କରୁଛି । ମୃତ୍ୟୁ ଖବର ଶୁଣି ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।










