ସମ୍ବଲପୁର : ସମ୍ବଲପୁର – ବରଗଡ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ମୃତକ ଦ୍ୱୟ ବିଜପେି କର୍ମୀ । ସେମାନେ ହେଉଛନ୍ତି ଦଳର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆ। ଉଭୟେ କୌଣସି କାମରେ ଭୁବନେଶ୍ୱର ଯାଇଥିଲେ । ସେମାନେ ଟ୍ରେନ ଯୋଗେ ଘରକୁ ଫେରୁଥିବା ବେଳେ କଣ୍ଟାପାଲି ଓଭର ବ୍ରିଜ ନିକଟରେ ଏକ ହାଇୱା ସେମାନଙ୍କୁ ପଛରୁ ଧକ୍କା ଦେଇଥିଲା । ହାଇୱା ଧକ୍କାରେ କାରଟି ଓଲଟି ପଡିଥିଲା । ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଛି । ଡ୍ରାଇଭରଙ୍କ ସମେତ ୪ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ହାଇୱାକୁ ଜବତ କରିଛି । ଡ୍ରାଇଭରକୁ ଅଟକ ରଖିଛି ।