23.1 C
Bhubaneswar
Saturday, October 19, 2024
Homeଦେଶ ବିଦେଶଗଛରେ ପିଟିଲା କାର, ଗୋଟିଏ ପରିବାରର ୫ ମୃତ

ଗଛରେ ପିଟିଲା କାର, ଗୋଟିଏ ପରିବାରର ୫ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହରଦୋଇରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି । ବିଲହୌର-କାଟରା ରାସ୍ତାରେ ଖମରିଆ ମୋଡ଼ ନିକଟରେ ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଭୟଙ୍କର ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଯାଇଛି । ସମସ୍ତ ମୃତ ବ୍ୟକ୍ତି ଗୋଟିଏ ପରିବାରର ବୋଲି କୁହାଯାଉଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏସପି, ଏଏସପି ଏବଂ ଅନେକ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ଜଣା ପଡ଼ିଛି । ହରଦୋଇରେ ହୋଇଥିବା ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତ ବ୍ୟକ୍ତିଙ୍କ ଆତ୍ମାକୁ ଶାନ୍ତି ପାଇଁ ପ୍ରାର୍ଥନା କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking