ମାଲକାନଗିର: ମାଲକାନଗିରିରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । କାର୍ ସହ ଟ୍ରକ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନଙ୍କୁ ଭଦ୍ରାଚଳମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।










