ମହାରାଷ୍ଟ୍ର: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା । କାର୍ ଏବଂ କଣ୍ଟେନର ଟ୍ରକ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏହି ଦୁର୍ଘଟଣାରେ ଦୁଇ ଜଣ ମୃତ୍ୟୁବରଣ କରିଥିବେ ବେଳେ ଦୁଇ ଜଣ ଆହତ ହୋଇଛନ୍ତି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ଘଟଣାଟି ଆଜି ସକାଳେ ମୁମ୍ବାଇ – ଗୋଆ ରାଜପଥର କୋଲାଡର ପୁଇ ଗାଁ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ମୁମ୍ବାଇରୁ ମହାଡ ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ କାର ଏକ ଖମ୍ଟନେର ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ଏତେ ଜୋର ଥିଲା ଯେ କାରର ସମ୍ମୁଖ ଭାଗ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ କାରରେ ଥିବା ବାପା ଏବଂ ତାଙ୍କ ପୁଅର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ତୁରନ୍ତ ମାନଗାଓଁ ଉପ-ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡ୍ରାଇଭର ଏହି ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ କୋଲାଡ ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ପଠାଯାଇଥିଲା । ଖବର ପାଇ କୋଲାଡ ପୋଲିସ, ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଯାହା ଫଳରେ ସମସ୍ତ ଆହତଙ୍କୁ ଡାକ୍ତରଖାନା ନିଆଯାଇପାରିଥିଲା । ଏହା ପରେ ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛି । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।










