27.1 C
Bhubaneswar
Friday, July 11, 2025
Homeଓଡିଶାଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking