ଭୁବନେଶ୍ୱର: ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଲିଖିକ ଉତ୍ତର ରଖିଛନ୍ତି । କ୍ୟାସ ଲେସ ସେବା ପ୍ରଦାନରେ ଅବହେଳା ପାଇଁ କାରଣ ଦର୍ଶାଅ ନୋଟିସ ଦିଆଯାଇଛି । ସନ ସାଇନ, ଆପୋଲୋ, ମଣିପାବ, ଆଇଏମଏସ ଏବଂ ସମ ହସ୍ପିଟାଲକୁ ସୋ କଜ ନୋଟିସ ଜାରି ହୋଇଛି ା ଆଜି ବିଧାନସଭାର ଚତୁର୍ଥ ଦିନ । ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ । ଗୃହରେ ଅର୍ଥ , ଗୃହ , ସ୍ୱାସ୍ଥ୍ୟ , ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ, ସାଧାରଣ ଅଭିଯୋଗ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ଆଲୋଚନା କରାଯାଉଛି । ବିଧାୟକମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗୀୟ ମନ୍ତ୍ରୀ ।










