23.1 C
Bhubaneswar
Tuesday, March 19, 2024
Homeବ୍ରେକୀଙ୍ଗଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ

ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୌନ୍ଦର୍ଯ୍ୟକରଣ ପାଇଁ ଜମି ଦେଇଥିବା ଲୋକଙ୍କୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ମଧ୍ୟ ଜଣାଇଛନ୍ତି । ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ସେ କହିଛନ୍ତି । ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ । ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା ମଧ୍ୟ କରିଥିଲେ। ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking