32.1 C
Bhubaneswar
Wednesday, October 16, 2024
Homeଓଡିଶାସିବିଏସ୍‌ଇର ନୂଆ ନିୟମ: ବୋର୍ଡ ପରୀକ୍ଷା ଦେବା ପାଇଁ ୭୫% ଉପସ୍ଥାନ ବାଧ୍ୟତାମୂଳକ

ସିବିଏସ୍‌ଇର ନୂଆ ନିୟମ: ବୋର୍ଡ ପରୀକ୍ଷା ଦେବା ପାଇଁ ୭୫% ଉପସ୍ଥାନ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସ୍‌ଇ ଆଣିଲା ନୂଆ ନିୟମ । ଏଥର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବା ପାଇଁ ଛାତ୍ରଛାତ୍ରୀଙ୍କ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସ୍‌ଇ ଏନେଇ ବିଜ୍ଞପ୍ତି ଜାରି କରିଛି । ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ । ବୋର୍ଡ ଗାଇଡଲାଇନ ଅନୁସାରେ ଛାତ୍ରଛାତ୍ରୀ ବିଦ୍ୟାଳୟରେ ୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ପରୀକ୍ଷା ପାଇଁ ଯୋଗ୍ୟ ହେବେ । ସମସ୍ତ ସିବିଏସ୍‌ଇ ଅନୁବନ୍ଧିତ ସ୍କୁଲ ପ୍ରିନ୍ସିପାଲମାନଙ୍କୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି ।

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସ୍‌ଇ ବିଜ୍ଞପ୍ତି ମାଧ୍ୟମରେ ବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଉପରେ ଧ୍ୟାନ ଦେବାକୁ କହିଛନ୍ତି । ଫେବୃୟାରୀ ୧୫ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ଯେଉଁମାନଙ୍କ ଉପସ୍ଥାନ ତଥା ଅନ୍ୟାନ୍ୟ ଦୃଷ୍ଟିରୁ ଯୋଗ୍ୟ ବିବେଚିତ ହେବେ କେବଳ ସେହିମାନଙ୍କ ପାଖକୁ ଆଡମିଟ୍ କାର୍ଡ ପଠାଯିବ । ଏନେଇ ଜାନୁୟାରୀ ୭ ପୂର୍ବରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ । ଯଦି କୌଣସି ପିଲାଙ୍କର ଉପସ୍ଥାନ କମ୍ ହୋଇଥାଏ, ତେବେ ସେମାନେ ଏହାର ଉପଯୁକ୍ତ କାରଣ ଡକ୍ୟୁମେଣ୍ଟ ସହ ଜାନୁୟାରୀ ୭ ପୂର୍ବରୁ କର୍ତ୍ତୃପକ୍ଷଙ୍କୁ ଜଣାଇବେ । ଏହି ସମୟ ପରେ କୌଣସି ଆବେଦନକୁ ବିଚାରକୁ ନିଆଯିବ ନାହିଁ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଉଭୟ ଥିଓରୀ ଏବଂ ପ୍ରାକ୍ଟିକାଲ ପରୀକ୍ଷାରେ ପାସ୍ କରିବାକୁ ହେବ । ଏଥି ସହିତ ଅଭିଭାବକମାନଙ୍କୁ ଏନେଇ ଅବଗତ କରିବା ନେଇ ମଧ୍ୟ ଉଲ୍ଲେଖ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking