35.1 C
Bhubaneswar
Tuesday, April 23, 2024
Homeଓଡିଶାକଟକ ଏସସିବିରେ ଖସିଲା ସିଲିଂ

କଟକ ଏସସିବିରେ ଖସିଲା ସିଲିଂ

କଟକ: କଟକ ଏସସିବି ସର୍ଜରୀ ଆଉଟଡୋର ଟିକେଟ ଛାତ ସିଲିଂ ଆଜି ଖସିଛି । ଓପିଡିରେ ଟିକେଟ କଟାଯାଉଥିବା ବେଳେ ବର୍ଷା ଯୋଗୁଁ ସିଲିଂ ଖସିଯାଇଥିବା ସୂଚନା ମିଳିଛି । ତେବେ ଏହି ଅଘଟଣରେ କେହି ଆହତ ହୋଇନଥିବା ବେଳେ କିଛି ଆସବାବପତ୍ର, କମ୍ପ୍ୟୁଟର ନଷ୍ଟ ହୋଇଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଅବପାତର ରୂପ ନେଇଛି । ଫଳରେ ରାଜ୍ୟରେ ବର୍ଷାର ବିତ୍ପାତ ଦେଖା ଦେଇଛି । ବିଶେଷ କରି ଟ୍ୱିନସିଟି ପୁରୀ ଏବଂ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଲା ବର୍ଷା । ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ୮୩ ବର୍ଷର ରେକର୍ଡ ଭଙ୍ଗ କରିଛି । ସେହିପରି ଭୁବନେଶ୍ୱରରେ ୧୯୫ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ୬୩ ବର୍ଷର ରେକର୍ଡ ଭଙ୍ଗ କରିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ୮ଟା ୩୦ ମଧ୍ୟରେ ପୁରୀରେ ସର୍ବାଧିକ ୩୪୧ ମିଲିମିଟର୍‌ , ପାରାଦୀପରେ ୨୧୯ ମିଲିମିଟର୍‌, ଭୁବନେଶ୍ୱରରେ ୧୯୫ ମିଲିମିଟର୍‌, ବାଲେଶ୍ବରରେ ୨୪, ଚାନ୍ଦବାଲିରେ ୪୬ ଓ ଗୋପାଳପୁରରେ ୬୪ ମିଲିମିଟର୍‌ ବର୍ଷା ରେକର୍ଡ କରାଯାଇଛି।

କଟକ ଓ ଭୁବନେଶ୍ୱର ସହରବାସୀଙ୍କୁ ଆସନ୍ତା ୬ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଠାରେ ଘଣ୍ଟାକୁ ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରାଯାଇଥିବାର ସୂଚନା ମିଳିଛି। ଟ୍ବିନ୍ ସିଟିର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପାରେ। ଏଣୁ ଜଳ ନିଷ୍କାସନ ଲାଗି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏପରିକି ଘରୁ ବାହାରକୁ ନ ଯିବା ଲାଗି ବି ପାଣିପାଗ କେନ୍ଦ୍ର ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ୧୯୫୮ ମସିହା ସେପ୍ଟେମ୍ବର ୯ ତାରିଖରେ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବାଧିକ ୧୬୩.୦ ମିଲିମିଟର୍‌ ବର୍ଷା ହୋଇଥିବା ରେକର୍ଡ କରାଯାଇଥିଲା। ତା’ପରେ ରାଜ୍ୟ ରାଜଧାନୀରେ ଦିନକରେ ଏତେ ପରିମାଣର ବୃଷ୍ଟିପାତ ହୋଇଥିବାର ରେକର୍ଡ ନାହିଁ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking