32.1 C
Bhubaneswar
Friday, April 26, 2024
Homeକର୍ପୋରେଟ୍ବାଗଜାନ ତୈଳକୂପ ଅଗ୍ନିକାଣ୍ଡ ଘଟଣାସ୍ଥଳ ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ

ବାଗଜାନ ତୈଳକୂପ ଅଗ୍ନିକାଣ୍ଡ ଘଟଣାସ୍ଥଳ ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ

– ପ୍ରଭାବିତ ପରିବାରକୁ ଭେଟି ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି
-ଆସାମର ମୁଖ୍ୟମନ୍ତ୍ରୀ ଏବଂ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀଙ୍କ ସହ କଲେ ଅନୁଧ୍ୟାନ
ଆସାମ, – ଆସାମ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି ରାଜ୍ୟର ବାଗଜାନରେ ହୋଇଥିବା
ତୈଳକୂପ ଅଗ୍ନିକାଣ୍ଡ ଘଟଣାର ସମୀକ୍ଷା କରିବା ପରେ ଆଜି ଘଟଣାସ୍ଥଳକୁ ଯାଇ ସ୍ଥିତିର ଅନୁଧ୍ୟାନ କରିବା ସହ ସମୀକ୍ଷା
ମଧ୍ୟ କରିଛନ୍ତି । ସେହିପରି ଅଗ୍ନିକାଣ୍ଡ ଘଟଣାରେ ପ୍ରଭାବିତ ପରିବାରକୁ ଭେଟି ସମସ୍ତ ସମ୍ଭାବ୍ୟ ସହାୟତା ଯୋଗଦେବାକୁ
ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ଶ୍ରୀ ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଗ୍ରାଉଣ୍ଡରେ ସ୍ଥିତି ସମୀକ୍ଷା କରିବା ପାଇଁ ବାଗଜାନ ଅଗ୍ନିକାଣ୍ଡ ଘଟଣାସ୍ଥଳକୁ ପରିଦର୍ଶନ
କଲି । ଏହି ଗସ୍ତରେ ଆସାମର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ ରାଜ୍ୟର ପରିବହନ, ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଚନ୍ଦ୍ର
ମୋହନ ପଟୋୱାରୀ ସାମିଲ ହୋଇଥିଲେ । ନିଆଁକୁ ଆୟତ କରିବା ଏବଂ ତୈଳକୂପକୁ ବନ୍ଦ କରିବା ପାଇଁ ଚାଲିଥିବା
ପରିଚାଳନା କାର୍ଯ୍ୟକୁ ମଧ୍ୟ ଅନୁଧ୍ୟାନ କରିଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ ଜରିଆରେ କହିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ଅଏଲ ଇଣ୍ଡିଆ ପକ୍ଷରୁ ପ୍ରତିଷ୍ଠା ହୋଇଥିବା ରିଲିଫ କ୍ୟାମ୍ପରେ ଥିବା ବାଗଜାନ ତୈଳକୂପ
ଅଗ୍ନିକାଣ୍ଡ ଘଟଣାର ପ୍ରଭାବିତ ପରିବାର ଲୋକଙ୍କୁ ଭେଟିଥିଲେ । ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ଶ୍ରୀ ପ୍ରଧାନ ସେମାନଙ୍କ
ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ ଏବଂ ସେମାନଙ୍କ ଜୀବନଜୀବିକାକୁ ପୁନଃସ୍ଥାପିତ କରିବା ପାଇଁ ସମସ୍ତ
ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ । ଏହବ୍ୟତିତ ଶ୍ରୀ ପ୍ରଧାନ ବାଗଜାନ ଗାଁ
ମିଲନଜ୍ୟୋତି ଯୁବ ସଂଘକୁ ଭେଟି ସେମାନଙ୍କ ସହ ବିଚାରବିମର୍ଷ କରିବା ପରେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ
ସହୟତା ଦେବା ନେଇ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ ।
ଉଲ୍ଲେଖନୀୟ ଯେ, ଗତକାଲି ଶ୍ରୀ ପ୍ରଧାନ ଆସାମ ରାଜ୍ୟକୁ ଗସ୍ତ କରିବା ସହ ସେଠାକାର ମୁଖ୍ୟମନ୍ତ୍ରୀ ସରବାନନ୍ଦ
ସୋନୱାଲ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଏହି ତୈଳକୂପ ଅଗ୍ନିକାଣ୍ଡ ଘଟଣାର ବର୍ତମାନ ସ୍ଥିତି ଉପରେ ସମୀକ୍ଷା
କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ ସେଠାରେ ସ୍ଥିତିକୁ ନିୟନ୍ତ୍ରଣ କରିବା ତଥା କ୍ଷତି ଅଧିକ ନହେବା ପାଇଁ
ବିଶେଷଜ୍ଞଙ୍କ ପକ୍ଷରୁ ପରିଚାଳନା କାର୍ଯ୍ୟ ଯୋରସୋରରେ ଚାଲିଛି । କମ୍ପାନୀର ଅଧିକାରୀମାନେ ୨୪ ଘଂଟା କାର୍ଯ୍ୟ
କରୁଛନ୍ତି । ଲୋକଙ୍କ ସୁରକ୍ଷା ଏବଂ କଲ୍ୟାଣ ପାଇଁ ପେଟ୍ରୋଲିୟମ ମନ୍ତ୍ରଣାଳୟ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ସୂଚନା
ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking