37.1 C
Bhubaneswar
Saturday, April 20, 2024
Homeଓଡିଶା‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା କଲେ କେନ୍ଦ୍ର...

‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଥିବାରୁ ତାଙ୍କ ନିରାପତ୍ତା ନିମନ୍ତେ ‘ସିଆର୍‌ପିଏଫ୍‌’ କମାଣ୍ଡୋ ମୁତୟନ କରାଯିବ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ହେଉଛି କେନ୍ଦ୍ର ସରକାର ଯୋଗାଇ ଦେଉଥିବା ସୁରକ୍ଷା ମଧ୍ୟରେ ଦ୍ବିତୀୟ ସର୍ବୋଚ୍ଚସ୍ତରର ସୁରକ୍ଷା ବ୍ୟବସ୍ଥା। ଆଜି ସକାଳୁ ସଶସ୍ତ୍ର କମାଣ୍ଡୋମାନେ ୬୪ ବ‌ର୍ଷୀୟ ମୁର୍ମୁଙ୍କ ସୁରକ୍ଷା ଦାୟିତ୍ବରେ ନିୟୋଜିତ ହୋଇଛନ୍ତି ବୋଲି ମଧ୍ୟ ଉକ୍ତ ସରକାରୀ ଅଧିକାରୀଜଣଙ୍କ ସାମ୍ବାଦିକମାନଙ୍କୁ କହିଛନ୍ତି। ସାନ୍ତାଳ ସମ୍ପ୍ରଦାୟରେ ଜନ୍ମିତ ଦ୍ରୌପଦୀ ମୁର୍ମୁ ୧୯୯୭ ମସିହାରେ ରାଇରଙ୍ଗପୁର ନଗର ପଞ୍ଚାୟତର ଜଣେ କାଉନ୍‌ସିଲ୍‌ ଭାବେ ରାଜନୈତିକ କ୍ୟାରିୟର୍‌ ଆରମ୍ଭ କରିଥିଲେ। ୨୦୦୦ ମସିହରେ ସେ ଓଡ଼ିଶା ସରକାରରେ ଜଣେ ମନ୍ତ୍ରୀ ଏବଂ ୨୦୧୫ରେ ଝାଡ଼ଖଣ୍ଡର ରାଜ୍ୟପାଳ ହୋଇଥିଲେ। ଯଦି ନିର୍ବାଚିତ ‌ହୁଅନ୍ତି, ମୁର୍ମୁ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking