21.1 C
Bhubaneswar
Monday, February 2, 2026
Homeଓଡିଶା୨୬ ଯାଏ ପ୍ରବଳ ବର୍ଷା ସମ୍ଭାବନା

୨୬ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଧିକ ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ। ଆଗାମୀ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେ୍‌ଦ୍ର ପକ୍ଷରୁ ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି,କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼,ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, କେନ୍ଦୁଝର ଏହି ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା ଓ ଯାଜପୁରକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଚଳିତବର୍ଷ ରାଜ୍ୟରେ ଭଲ ବର୍ଷା ହୋଇଛି। ଏବେ ମଧ୍ୟ ଲଘୁଚାପ ପ୍ରଭାବରେ ଭଲ ବର୍ଷା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି। ସେହିପରି ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking