40.1 C
Bhubaneswar
Monday, June 17, 2024
Homeଓଡିଶା୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଯାଏଁ ୪ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ସେହିପରି ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି । ଘୂର୍ଣ୍ଣିଝଡ଼ ପ୍ରଭାବ ଯୋଗୁଁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଥମେ ଅବପାତ ପରେ ଆଜି ସନ୍ଧ୍ୟାରେ ବାତ୍ୟାର ରୂପ ନେଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାତ୍ୟା ‘ରେମାଲ୍‌’ ଭୀଷଣ ବାତ୍ୟାର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ମଧ୍ୟରାତିରେ ବାତ୍ୟା ‘ରେମଲ୍‌’ ସାଗର ଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ସୀମା ଦେଇ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ପଡ଼ିଲେ ବି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରଯାଇଛି । ଆଜି ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ କାଲିଠୁ ଏହାର ପରିମାଣ ବଢିଯିବ । ବାତ୍ୟା ଯୋଗୁ ସମୁଦ୍ର କୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ । ସେହିପରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ସତର୍କ ସୂଚନା ଜାରି କରିଛନ୍ତି । ମୁଖ୍ୟତଃ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଓଡ଼ିଶାର ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking