25.9 C
Bhubaneswar
Monday, April 6, 2026
Homeଓଡିଶାପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking