27.1 C
Bhubaneswar
Friday, June 13, 2025
Homeଓଡିଶା୩୧ ଓ ୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୩୧ ଓ ୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ କୋହଲା ରହିଥିଲା । କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ବେଳେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିଲା । ମାତ୍ର ରାଜଧାନୀରେ ଦିନ ତମାମ ପାଗ କୋହଲା ରହିଥିବା ବେଳେ ସନ୍ଧ୍ୟାରେ ପ୍ରବଳ ବର୍ଷିଥିଲା । ଯେଉଁଥିପାଇଁ ରାଜଧାନୀରେ ଅନେକ ସ୍ଥାନ ଜଳମଗ୍ନ ହୋଇ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା ।
ଅପରପକ୍ଷେ ଆସନ୍ତା ୩୧ ଓ ୧ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ମଙ୍ଗଳବାର ଉତ୍ତର ଓଡ଼ିଶାରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩୧ ତାରିଖ ଅର୍ଥାତ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ମଧ୍ୟ କରାଯାଇଛି । ୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking