38.1 C
Bhubaneswar
Friday, April 26, 2024
Homeଓଡିଶାଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ନଶ୍ୱର : ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାରି ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଅଛି । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସତଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ବେହାର ସମ୍ଭାବନା ରହିଛି । ୨୧ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକରେ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ୱାର୍ନିଂ ଜାରି କରାଯାଇଛି । ସମୂଦ୍ର ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି ବେଗରେ ପବନ ବହିବ । ଆସନ୍ତା ୨୨ ତାରିଖ ଯାଏ ସମୂଦ୍ରକୁ ନଯିବା ଲାଗି ମତ୍ସଜୀବୀମାନଙ୍କୁ ସତର୍କ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking