27.1 C
Bhubaneswar
Monday, June 9, 2025
Homeଓଡିଶାଆଉ ୨ଦିନ ବର୍ଷା ହେବାର ସମ୍ଭାବନା

ଆଉ ୨ଦିନ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ଦୁର୍ବଳ ହୋଇପଡ଼ିଛି। ମାତ୍ର ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ଫଳରେ ଆସନ୍ତା ୨ ଦିନ ଅର୍ଥାତ୍‌‌ ଗୁରୁବାର ଏବଂ ଶୁକ୍ରବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ କରି କୁହାଯାଇଛି ଯେ ମୌସୁମୀ ନିମ୍ନଚାପ ରେଖା ଆଜି ତା’ର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ବିକେନାର୍‌‌ରୁ ବାହାରି ଗୁନା, ମାଣ୍ଡଲା, ରାଏପୁର ମଧ୍ୟ ଦେଇ ଆନ୍ଧ୍ରପ୍ରଦେଶର କଳିଙ୍ଗାପାଟ୍‌‌ନମ୍‌‌ରୁ ଦକ୍ଷିଣ ପୂର୍ବ ଦିଗରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ୱିଛି ତଥା ବାୟୁମଣ୍ଡଳରେ ୨.୧କିମି ଉଚ୍ଚତା ଯାଏଁ ବ୍ୟାପିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking