40.1 C
Bhubaneswar
Thursday, April 25, 2024
Homeଓଡିଶାଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ତାଣ୍ଡବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ମେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବା ସହ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking