28.1 C
Bhubaneswar
Monday, May 27, 2024
Homeଓଡିଶା୨୪ ଘଣ୍ଟାରେ ୨୨ ଜିଲ୍ଲାରେ ବର୍ଷା ସମ୍ଭାବନା; ରାଜ୍ୟରେ ୬ପର୍ଯ୍ୟନ୍ତ ଲାଗି ରହିବ ବର୍ଷା!

୨୪ ଘଣ୍ଟାରେ ୨୨ ଜିଲ୍ଲାରେ ବର୍ଷା ସମ୍ଭାବନା; ରାଜ୍ୟରେ ୬ପର୍ଯ୍ୟନ୍ତ ଲାଗି ରହିବ ବର୍ଷା!

ଭୁବନେଶ୍ୱର: ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅନ୍ୟପକ୍ଷରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି ।

ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ଦେବଗଡ଼, ସମ୍ବଲପୁର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଓ କନ୍ଧମାଳ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରାଜ୍ୟର ବାରିପଦାରେ ସର୍ବାଧିକ ୩୪.୬ମିମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୧୪.୨ମିମି, ପାରଳାଖେମୁଣ୍ଡିରେ ୯.୮ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ସନ୍ଦ୍ୟା ୬ଟା ପରେ ରାଜଧାନୀରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ମାରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking