29.1 C
Bhubaneswar
Monday, May 6, 2024
Homeଓଡିଶାଭୁବନେଶ୍ୱର୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି ।

ସେହିପରି ରାଜ୍ୟର ୨୨ଟି ଜିଲ୍ଲା ଯଥା ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, କଟକ, ଯାଜପୁର, ଢ଼େଙ୍କାନାଳ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking