30.1 C
Bhubaneswar
Friday, March 20, 2026
Homeଓଡିଶା୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ୨୪ ଜିଲ୍ଲାରେ ମୌସୂମୀ ବାୟୁ ସକ୍ରିୟ ରହିଛି। ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଭାଗ ଅନୁସାରେ ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ମୟୂରଭଞ୍ଜକୁ ବର୍ତ୍ତମାନ ସୁଦ୍ଧା ମୌସୁମୀ ବାୟୁ ଛୁଇଁ ନାହିଁ। ତେବେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁର ସମେତ ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ ଆଦି ଜିଲ୍ଲାରେ ମୌସୁମୀ ବାୟୁ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସହ ୩୦-୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ତେବେ ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ସେହିଭଳି ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking