19.1 C
Bhubaneswar
Thursday, December 26, 2024
Homeଓଡିଶାଆସନ୍ତା ୨୫ ତାରିଖ ଯାଏ ବର୍ଷା ସମ୍ଭାବନା

ଆସନ୍ତା ୨୫ ତାରିଖ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୨ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୨୩ରେ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୨୪ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୨୫ରେ ଉତ୍ତର ଉପକୂଳ ଓଡ଼ିଶାର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ୨୬ ଓ ୨୭ରେ ସମସ୍ତ ଆଭ୍ୟନ୍ତରୀଣ ଅଞ୍ଚଳରେ ରାତି ତାପମାତ୍ରା ବଢ଼ିବା ସହ ହାଲୁକା ବର୍ଷା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking