18.1 C
Bhubaneswar
Saturday, November 23, 2024
Homeଓଡିଶାଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ପରେ ତାପମାତ୍ରା ବଢ଼ିବ । ରାଜ୍ୟରେ ୮ ତାରିଖ ପର‌୍ୟ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଅଳ୍ପ କିଛି ସ୍ଥାନରେ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଅପରାହ୍ନଠାରୁ ୫ ତାରିଖ ସକାଳ ପର‌୍ୟ୍ୟନ୍ତ ୧୨ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଘଡ଼ଘଡ଼ି ମାରିବ।ର ସମ୍ଭାବନା ରହିଛି । ତେବେ ସେହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି । ତେବେ ୫ ତାରିଖ ମଧ୍ୟାହ୍ନ ଠାରୁ ୬ ତାରିଖ ସକାଳ ସୁଦ୍ଧା ବର୍ଷା ପରିମାଣ ବଢ଼ିବା ସହ ପବନ ବି ବହିବ । କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଯାଜପୁର, ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଝଡ଼ବର୍ଷା ହେବ । ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବ । ୮ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking