28.1 C
Bhubaneswar
Tuesday, May 21, 2024
Homeଓଡିଶାଆଜିଠୁ ଚନ୍ଦନ ଯାତ୍ରା

ଆଜିଠୁ ଚନ୍ଦନ ଯାତ୍ରା

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ମହାପ୍ରଭୁଙ୍କୁ ସ୍ୱାଗତ ଲାଗି ଅପେକ୍ଷାରତ ନରେନ୍ଦ୍ର ସରୋବର। ନନ୍ଦା ଓ ଭଦ୍ରା ଜଳକ୍ରୀଡ଼ା କରାଇବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ମହାପ୍ରଭୁଙ୍କୁ ଚାହିଁ ରହିଛନ୍ତି। ତେବେ ଗୁରୁବାର ପୂଜାପଣ୍ଡା ସେବାୟତ ଚନ୍ଦନକୁଣ୍ଡ ସଂସ୍କାର କରିଥିବା ବେଳେ ଶ୍ରୀମନ୍ଦିରରେ ଚନ୍ଦନ ଅଧିବାସ ନୀତି ସମ୍ପନ୍ନ ହୋଇଛି।
ମହାପ୍ରଭୁଙ୍କ ସହ ଶ୍ରୀକ୍ଷେତ୍ରର ପଞ୍ଚମହାଦେବ (ଶ୍ରୀଲୋକନାଥ, ଶ୍ରୀଯମେଶ୍ୱର, ଶ୍ରୀକପାଳମୋଚନ, ଶ୍ରୀମାର୍କଣ୍ଡେଶ୍ୱର ଓ ଶ୍ରୀନୀଳକଣ୍ଠେଶ୍ୱର) ଜଳକ୍ରୀଡ଼ା କରିବେ। ତେଣୁ ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଜଳକ୍ରୀଡ଼ା ଦେଖିବା ଲାଗି ଭକ୍ତଙ୍କ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱାରଫିଟା, ମଙ୍ଗଳ ଆଳତି, ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣୀ ଘର ଭୋଗ କରାଯାଇ ଅପରାହ୍ଣ ୧ଟାରୁ ସାଢ଼େ ୨ଟା ମଧ୍ୟରେ ଯାତଭୋଗ ଓ ମଧ୍ୟାହ୍ନ ଧୂପ ସରିବ। ଅପରାହ୍ଣ ୩ଟାରେ ଦ୍ୱାଦଶ ଯାତ୍ରା ବନ୍ଦାପନା ପରେ ଅପରାହ୍ଣ ସାଢ଼େ ୩ଟାରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଏବଂ ପଞ୍ଚମହାଦେବ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀକୁ ଯିବେ। ଚାପ ଖେଳି ସାରି ରାତି ୧୦ଟାରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ିବା ଲାଗି ନିଷ୍ପତ୍ତି ହୋଇଛି। ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking