ଭୁବନେଶ୍ୱର: ଚାନ୍ଦବାଲି ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଅନ୍ୟପଟେ ଚାନ୍ଦବାଲି ଘଟଣାକୁ କେନ୍ଦ୍ର କରି ଆଜି ବିଜେଡି, କଂଗ୍ରେସ ୬ ଘଣ୍ଟା ଚାନ୍ଦବାଲି ବନ୍ଦ ଡାକରା ଦେଇଛି । ସୂଚନା ଥାଉକି, କିଛି ଦିନ ତଳେ ୧୦ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା ଉଲଗ୍ନ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଘଟଣାସ୍ଥଳରେ ଉତ୍ତେନା ଦେଖାଦେଇଥିଲା । ଗ୍ରାମବାସୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ପରେ ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିଲା । ଅଭିଯୁକ୍ତର ଘର ମଧ୍ୟ ଭଙ୍ଗାଯାଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।










