ଭୁବନେଶ୍ୱର: ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ରେଡ୍ ଫ୍ଲାଗ ନେଇ ସୂଚନା ଦେଲେ ପୋଲିସ ଡିଜି ୱାଇ. ବି ଖୁରାନିଆ । ସୂଚନା ଦେଇ କହିଛନ୍ତି ଯେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ତ୍ୱରିତ ତଦନ୍ତ ସାରିବାକୁ ଲକ୍ଷ୍ୟ ରଖିଛୁ । ଜିଲ୍ଲା ପୋଲିସ ଭଲ ତଦନ୍ତ କରିବ, ଭଲ ରେଜଲ୍ଟ ବାହାରିବ ବୋଲି ଆଶା କରୁଛୁ । ସୂଚନା ଥାଉକି, ଗତ ମଙ୍ଗଳବାର ଦିନ ୧୦ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଉଲଗ୍ନ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଗ୍ରାମବାସୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଏହି ଘଟଣାରେ ଗତକାଲି ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରିଥିଲା । ଅଭିଯୁକ୍ତର ଘର ମଧ୍ୟ ଭାଙ୍ଗିଦେଇଥିଲେ ଉତ୍ତ୍ୟକ୍ତ ଲୋକେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।










