31.7 C
Bhubaneswar
Wednesday, April 8, 2026
Homeଓଡିଶାଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ !

ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ !

 ଭୁବନେଶ୍ୱର: ରାଜ୍ୟରେ ଲଗାତାର କିଛି ଦିନ ଧରି ବର୍ଷା ଜାରି ରହିଥିବା ବେଳେ ବୁଧବାରଠାରୁ ପାଗ ଶୁଖିଲା ରହିବ । ଏବେ ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଆସନ୍ତାକାଲି ଆଡକୁ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟ୍‌କା ପବନ ବହିପାରେ। ଏଥିସହ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ମୌସୁମୀ ‌ସକ୍ରିୟ ଯୋଗୁଁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking