26.7 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗବଦଳିଲେ ପୁରୀ ଏସପି : କେ. ବିଶାଲଙ୍କୁ ଦିଆଗଲା ନୂଆ ଦାୟିତ୍ୱ

ବଦଳିଲେ ପୁରୀ ଏସପି : କେ. ବିଶାଲଙ୍କୁ ଦିଆଗଲା ନୂଆ ଦାୟିତ୍ୱ

ଭୁବନେଶ୍ୱର : ବଦଳିଲେ ପୁରୀ ଏସପି ଅଖିଳେଶ୍ୱର ସିଂ । ସମ୍ବଲପୁର ଏସପି କେ. ବିଶାଳ ସିଂଙ୍କୁ ପୁରୀ ଏସପି ଭାବେ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ ଅଖିଳେଶ୍ୱରଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ପୋଲିସର ଭୂମିକା ଉପରେ ପ୍ରଶ୍ନ ଉଠୁଥିବା ବେଳେ ଜିଲ୍ଲାର ଏସପି ଅଖିଳେଶ୍ୱରଙ୍କ ବଦଳି ହୋଇଛି । ଗତକାଲି ଚୋରି ଅଭିଯୋଗର ଜଣେ ଯୁବକଙ୍କୁ ଗିରଫ କରିବା ପରେ ପୋଲିସ ହାଜତରେ ଥିବା ଅବସ୍ଥାରେ ତାର ମୃତ୍ୟୁ ହୋଇଯାଇଥିଲା । ଏହାକୁ ନେଇ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ତୀବ୍ର ବିରୋଧ ଦେଖାଦେଇଥିଲା ।
ସେହିପରି ପୁରୀ ବାସେଳିସାହି ଥାନା ଏସ୍‌ଆଇଙ୍କ ସମେତ ୨ କନଷ୍ଟେବଲ ମଧ୍ୟ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ଏସ୍‌ଆଇ ହେଲେ ବିପ୍ଲବ କୁମାର ପ୍ରଧାନ ଓ ଦୁଇ କନଷ୍ଟେବଲ ଜଗନ୍ନାଥ ସ୍ୱାଇଁ, ବାବୁଲି ବେହେରାଙ୍କୁ ନିଲମ୍ବିତ କରାଯାଇଛି। ଦୁର୍ବ୍ୟବହାର ଓ କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ଅନ୍ୟପଟେ ବୀରମିତ୍ରପୁର ଆଇଆଇସି ସ୍ମୃତିପ୍ରଭା ପ୍ରଧାନଙ୍କ ମଧ୍ୟ ନିଲମ୍ବିତ କରାଯାଇଛି। ଦୁର୍ବ୍ୟବହାର ଓ କର୍ତ୍ତବ୍ୟରେ ଅବହେଳା ପାଇଁ ସ୍ମୃତିପ୍ରଭା ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ଅଭୟ। ଏନେଇ ଓଡ଼ିଶା ପୋଲିସ ଟ୍ୱିଟ୍ କରି ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking