35.1 C
Bhubaneswar
Monday, June 17, 2024
Homeଓଡିଶାବ୍ରହ୍ମଗିରି ଗଡରୋଡଙ୍ଗ ବୁଥରେ ଉତ୍ତେଜନା

ବ୍ରହ୍ମଗିରି ଗଡରୋଡଙ୍ଗ ବୁଥରେ ଉତ୍ତେଜନା

ବ୍ରହ୍ମଗିରି : ଚାଲିଛି ଗଣତନ୍ତ୍ରର ମହାପର୍ବ । ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ତେବେ ଏହି ସମୟରେ ବ୍ରହ୍ମଗିରି ଗଡରୋଡଙ୍ଗ ସ୍ଥିତ ୧୨୭ ନଂ ବୁଥରେ ଉତ୍ତେଜନା ଦେଖିବାକୁ ମିଳିଛି । ଏଭିଏମ୍ ଅଚଳକୁ ନେଇ ଭୋଭଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ପ୍ରିଜାଇଡିଂ ଅଫିସର ଦୁର୍ବ୍ୟବହାର କରିବା ଅଭିଯୋଗ ହୋଇଛି । ଅଭିଯୋଗ କରିଛନ୍ତି ବ୍ରହ୍ମଗିରି ପ୍ରାର୍ଥିନୀ ଉପାସନା ମହାପାତ୍ର । ଗଣମାଧ୍ୟମ ।ଗରେ ଅଭିଯୋଗ ଆଣି ବର୍ଷିଲେ ଉପାସନା । ଇଭିଏମ ରେ ମଧ୍ୟ ଗୁରୁତର ତ୍ରୁଟି ରହିଛି ବୋଲି ଅଭିଯୋଗ କରିଛନ୍ତି ଉପାସନା । ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।
ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking