33.1 C
Bhubaneswar
Sunday, June 26, 2022
Homeଓଡିଶାମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ

ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ

ଭୁବନେଶ୍ୱର:  ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକକୁ ଗିରଫ ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକକୁ ଗିରଫ କରିଛି କମିଶନରେଟ ପୋଲିସ । ଦୁଇ ଠକ ହେଉଛନ୍ତି କଲିକତାର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ ୫ରେ ପଲ୍ଲବୀ ସାହା ନାମକ ଯୁବତୀଙ୍କ ଅଭିଯୋଗରେ ତଦନ୍ତ କରିଥିଲା ପୋଲିସ । ଇନଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ସିଟ୍ ଦେବାକୁ କହି ଟଙ୍କା ଠକିଥିଲେ । ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ 11 ଲକ୍ଷ ଜବତ ହୋଇଛି । 10 ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ସୂଚନା ମିଳିଛି । ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ଛାତ୍ରଛାତ୍ରୀଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ । ପ୍ରାଙ୍କ କଲ ଆପରେ କଲ୍‌ କଲେ ଟ୍ରୁ କଲରରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ଫ୍ଲାଇଟରେ ଆସୁଥିଲେ ଓ ହୋଟେଲରେ ରହୁଥିଲେ । ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ରହିଛି ଏମାନଙ୍କ ନାଁରେ । ୨ ଠକଙ୍କୁ ରିମାଣ୍ଡରେ ଆଣି ଜେରା କରାଯିବ ବୋଲି ଭୁବନେଶ୍ୱର ଡ଼ିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking