24.1 C
Bhubaneswar
Friday, December 26, 2025
Homeଓଡିଶାମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଡିସେମ୍ବର ୨୭ ତାରିଖ (ଶନିବାର)ରେ ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବେ । ଡିସେମ୍ବର ୨୮ ତାରିଖ (ରବିବାର)ରେ ସେ ରଘୁରାଜପୁର, ଧଉଳି ଶାନ୍ତି ସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟ ନିର୍ବାଚନ କମିଶନର ଡିସେମ୍ବର ୨୯ ତାରିଖ (ସୋମବାର) ଅପରାହ୍ନ ୩.୦୦ ଘଟିକାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍ ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ ଏବଂ ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯକ୍ରମ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking