31.1 C
Bhubaneswar
Monday, March 23, 2026
Homeଓଡିଶାସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଆଜି ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର. ଏସ. ଗୋପାଳନ (ଭା.ପ୍ର.ସେ) ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟାକୁ ତୃଣମୂଳସ୍ତରରେ ଅଧିକ କ୍ରିୟାଶୀଳ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରିଥିଲେ । ବୈଠକରେ ନୂଆପଡ଼ା ବିଧାନସଭା ମଣ୍ଡଳୀର ଚିଠା ଭୋଟର ତାଲିକାର ସଫ୍ଟ କପି ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ପ୍ରଦାନ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking