30.1 C
Bhubaneswar
Sunday, June 30, 2024
Homeଦେଶ ବିଦେଶ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରେ ଏହା ସମସ୍ତଙ୍କ ପ୍ରଥମ ଦିଲ୍ଲୀ ଗସ୍ତ। ଆଜି ମଧ୍ୟାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ୟ୍ୟକ୍ରମ ରହିଥିବା ଜଣାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking