15.1 C
Bhubaneswar
Tuesday, December 9, 2025
Homeଓଡିଶାଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତା୍ମହୁତି ଉଦ୍ୟମ ଘଟଣା । ଭୁବନେଶ୍ୱରର ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ବାଲେଶ୍ୱରର ଗୁରୁତର ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ପହଞ୍ଚିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଉପସ୍ଥିତ ଅଛନ୍ତି । ଏମ୍ସରେ ନିର୍ଦ୍ଦେଶକ ଓ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରୁଛନ୍ତି । ଘଟଣାକୁ ନେଇ କିିଛି ସମୟ ପୂର୍ବରୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ହେଉଛି । ଏମ୍ସ ଯାଇ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିବି । ଅନ୍ୟପଟେ ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ତଦନ୍ତ ଆରମ୍ଭ ହୋଇସାରିଛି । ବାଲେଶ୍ୱରରେ ୩ ଜଣିଆ ଉଚ୍ଚସ୍ତରୀୟ ଟିମ୍ ତଦନ୍ତ କରୁଛନ୍ତି । ଏଫଏମ କଲେଜରେ ପହଞ୍ଚି ଆରମ୍ଭ କଲେ ପଚରାଉଚରା । ନିଲମ୍ବିତ ଅଧ୍ୟକ୍ଷଙ୍କୁ ତଦନ୍ତ ଟିମ୍‌ର ପଚରାଉଚରା ଚାଲିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking