29.1 C
Bhubaneswar
Monday, February 2, 2026
Homeଓଡିଶାଆଶା ଦିଦି ଶିବାନୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଆଶା ଦିଦି ଶିବାନୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ।

ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ। ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି। ଗାଁର ଜୈନେକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା ଯୋଗୁଁ ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking