24.1 C
Bhubaneswar
Friday, December 26, 2025
Homeଓଡିଶାଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରଥମ ଥର ପାଇଁ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ୟ୍ୟାଳୟ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ୟ୍ୟ ଆରମ୍ଭ କରିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking