26.1 C
Bhubaneswar
Thursday, March 26, 2026
Homeଓଡିଶାପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇ ପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା। ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking