29.1 C
Bhubaneswar
Wednesday, April 15, 2026
Homeଓଡିଶାଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ।  ପ୍ରକାଶ ଯେ  ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking