17.1 C
Bhubaneswar
Tuesday, February 3, 2026
Homeଓଡିଶାବାରମ୍ବାର ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ବାରମ୍ବାର ଦୁର୍ଘଟଣା ପାଇଁ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ଭୁବନେଶ୍ୱର ରୂପାଲି ଛକ ନିକଟରେ ଆମ ବସ ଓ ଅଟୋ ମଧ୍ୟରେ ଧକା ହେବ ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏ ଘଟଣାରେ ଆହତ ହୋଇଥିବା ଛାତ୍ରୀଙ୍କ ଆଶୁ ଆରୋଗ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ତେବେ ‘ଆମ ବସ’ ପରିବହନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଆମ ବସ ପରିଚାଳନା ସଂସ୍ଥା CRUT ସହିତ ସମନ୍ୱୟ ରକ୍ଷା କରି ଏ ସମସ୍ୟାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେବାକୁ ସେ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ଆମ ବସ ଡ଼୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଛନ୍ତି। ଏଥିପାଇଁ ନିୟମିତ ଟ୍ରେନିଂ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଟ୍ରେନିଂ ପ୍ରକ୍ରିୟାରେ ଡ଼୍ରାଇଭର ମାନଙ୍କ ଦକ୍ଷତା ସହ ସେମାନଙ୍କ ଶାରିରୀକ ଓ ମାନସିକ ସ୍ଵାସ୍ଥ୍ୟ ସଂପର୍କରେ ମଧ୍ୟ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଶେଷକରି, ସେମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ training module କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଏହା ସହିତ MVI ମାନଙ୍କ ଦ୍ଵାରା ଆମ ବସ ଗୁଡ଼ିକର ଫିଟନେସ ସଂପର୍କରେ ନିୟମିତ ଯାଞ୍ଚ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଏକ ସ୍ଵତନ୍ତ୍ର ସ୍କ୍ୱାଡ ଗଠନ କରି ବସ ଫିଟନେସ ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହିପରି ଦୁର୍ଭାଗ୍ୟଜନକ ଘଟଣା ଯେପରି ବାରମ୍ବାର ନ ଘଟେ ସେଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ନିୟମିତ ଭାବେ ସମୀକ୍ଷା କରି ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking