33.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗପରୀ ହତ୍ୟା ମାମଲାର ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପରୀ ହତ୍ୟା ମାମଲାର ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାର ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବେଳେ ବିରୋଧୀ ଦଳର ନେତାମାନେ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ, ପରୀ ହତ୍ୟା ମାମଲାରେ ଜୋର ଧରୁଛି ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି। ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ବିଧାନସଭା ଅଭିମୁଖେ ଯାଉଥିବା ଶୋଭାଯାତ୍ରାକୁ ବିଧାନସଭା ଆଗରେ ଅଟକାଇଥିଲା ପୋଲିସ। ଏହାପରେ ଆନ୍ଦୋଳନକାରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପୋଲିସ୍‌ ଆନ୍ଦୋଳନକାରୀଙ୍କୁ ଘଟଣାସ୍ଥଳରୁ ଉଠାଇ ନେଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking