15.1 C
Bhubaneswar
Monday, December 8, 2025
Homeଓଡିଶାଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

କେନ୍ଦ୍ର ସରକାରଙ୍କ ସହଯୋଗରେ ଦୁଇ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା ଜରିଆରେ ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ । ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ । ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଫେବୃୟାରୀ ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା । ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀ ମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି । ବୈଠକରେ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking