29.1 C
Bhubaneswar
Wednesday, April 29, 2026
Homeଓଡିଶାଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି : ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି   କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ, କଳାହାଣ୍ଡି ସାଂସଦ ମାଳବିକା ଦେବୀ ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି। ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ ।  ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ ।  ଏଥିପାଇଁ ଅନଲାଇନ ଆବେଦନ ଖୋଲିବ।  ମୋହନ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ` ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି । ଏହା ଅଧିନରେ  ଆସନ୍ତା  ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ  । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି ।  ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking