15.1 C
Bhubaneswar
Thursday, January 15, 2026
Homeଓଡିଶାପୂର୍ତ୍ତ ବିଭାଗର ବିଭାଗର "ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ'ର  ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ପୂର୍ତ୍ତ ବିଭାଗର ବିଭାଗର “ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର  ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର  ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା ସହିତ ଏଥିରେ ଅଧିକ ଦକ୍ଷତା ଆସି ପାରିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।  ସୂଚନାଯୋଗ୍ୟ ଯେ, ପୂର୍ବରୁ ଯେଉଁ ମନିଟରିଂ ସିଷ୍ଟମ ଥିଲା, ସେଥିରେ ସୂଚନା ଗୁଡିକ ଠିକ୍ ଭାବେ ଆସି ପାରୁନଥିଲା, କାର୍ଯ୍ୟର ଅଗ୍ରଗତି ମନ୍ଥର ହେଉଥିଲା ଏବଂ ତା’ସହିତ ନିଷ୍ପତ୍ତି ନେବାରେ ମଧ୍ୟ ବିଳମ୍ବ ହେଉଥିଲା।

ଏହି ଉନ୍ନତ GIS ଡ୍ୟାସବୋର୍ଡ ମାଧ୍ୟମରେ ସମସ୍ତ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯାଇ ସାର୍ବଜନୀନ ସମ୍ପତ୍ତି ଏବଂ ଚାଲୁରହିଥିବା ପ୍ରକଳ୍ପଗୁଡ଼ିକର ସଦ୍ୟ ଚିତ୍ର ଦେଖିହେବ । ଜିଲ୍ଲା ଏବଂ ବ୍ଲକସ୍ତରରେ ଥିବା ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ମଧ୍ୟ ସବିଶେଷ ତଥ୍ୟ ଜାଣିହେବ। ଏହା ସହିତ ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ସଠିକ୍ ସ୍ଥାନ ନିରୂପଣ କରିବାକୁ ରାସ୍ତା ଏବଂ ସାଟେଲାଇଟ୍ ମ୍ୟାପ୍ ମଧ୍ୟ ଦେଖିହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଏହି ବ୍ୟବସ୍ଥାରେ ଅଧିକ  ଆର୍ଥିକ ସ୍ୱଚ୍ଛତା ଆସିପାରିବ ବୋଲି ସେ କହିଥିଲେ।

ଡ୍ୟାସ୍‌ ବୋର୍ଡରେ ଥିବା ଇସ୍ୟୁ ଟ୍ରାକର (Issue Tracker)ବ୍ୟବସ୍ଥା ଦ୍ୱାରା ପ୍ରକଳ୍ପ ଗୁଡ଼ିକର ଜମି ଅଧିଗ୍ରହଣ ସମସ୍ୟା, ଜଙ୍ଗଲ ଜମି ସମସ୍ୟା ଏବଂ ଜବରଦଖଲ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ସଠିକ୍ ତଦାରଖ କରାଯାଇପାରିବ।

ଲାଇଭ୍ ପ୍ରୋଜେକ୍ଟ ଟ୍ରାକିଂ, ଆର୍ଥିକ ତଦାରଖ, ସକ୍ରିୟ ବିପଦ ସତର୍କତା ଏବଂ କାର୍ଯ୍ୟଦକ୍ଷତା ନିରୀକ୍ଷଣ ସୁବିଧା ଦ୍ୱାରା ପ୍ରକଳ୍ପକୁ ନେଇ ନିଷ୍ପତ୍ତି ଗ୍ରହଣ କରିବା ଆହୁରି ସହଜ ହେବ।

ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡକୁ ଆହୁରି ବ୍ୟାପକ କରି ଅନ୍ୟ ବିଭାଗଗୁଡ଼ିକ ଦ୍ୱାରା ବ୍ୟବହାର ଉପଯୋଗୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ଓଡ଼ିଶାର ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ବ୍ୟବସ୍ଥା ଦୃଢ଼ୀଭୁତ ହେବ ଏବଂ ସମୃଦ୍ଧ ଓଡ଼ିଶା ନିର୍ମାଣର ଲକ୍ଷ୍ୟ ଆହୁରି ତ୍ୱରାନ୍ୱିତ ହେବ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ ଉପସ୍ଥିତ ଥିଲେ। ଏହା  ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking