ଭୁବନେଶ୍ୱର: ବଜେଟ୍ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ପହଞ୍ଚି ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ସୌଜନ୍ୟମୂଳକ ଆଲୋଚନା ମଧ୍ୟ ହୋଇଛି । ବର୍ଷର ପ୍ରଥମ ଅଧିବେଶନ ହୋଇଥିବା କାରଣରୁ ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନରୁ ହିଁ ଗୃହକାର୍ଯ୍ୟ ଆରମ୍ଭ ହେବ । ଏହା ପୂର୍ବରୁ ଗାଣତାନ୍ତ୍ରିକ ପରମ୍ପରା ଅନୁସାରେ, ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି ।