17.1 C
Bhubaneswar
Tuesday, December 9, 2025
Homeଦେଶ ବିଦେଶଦିଲ୍ଲୀରେ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ । ଆଜି ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନଡ୍ଡାଙ୍କୁ  ଭେଟିଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି । ଏକ୍ସ ପୋଷ୍ଟରେ ୩ଟି  ଫଟୋ ସେୟାର  କରାଯାଇଛି । ଫଟୋରେ  ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଓଡିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ  ନଜରରେ ଆସିଛନ୍ତି ।

ଫଟୋ ସେୟାର କରି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ଆଜି ନୂଆଦିଲ୍ଲୀଠାରେ  ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ  ଓ ପରିବାର କଲ୍ୟାଣ  ମନ୍ତ୍ରୀ ଜଗତ  ପ୍ରକାଶ ନଡ୍ଡାଜୀଙ୍କ  ସହ ସୌଜନ୍ୟମୂଳକ ସାକ୍ଷାତ କରିଲି। ଏହି ଅବସରରେ ଓଡିଶାର  ସ୍ୱାସ୍ଥ୍ୟମନ୍ତ୍ରୀ  ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ । ଓଡିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା  ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking