30.1 C
Bhubaneswar
Saturday, February 14, 2026
Homeଓଡିଶାଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ଲାଗି କ୍ରୀଡ଼ା ଏବଂ ଯୁ ବ ବ୍ୟାପାର ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶର ସୂରଜଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ପୁରୀ ଜିଲ୍ଲା କୋଣାର୍କରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଅନତମ ଉପ ମୁଖ୍ୟମନ୍ତ୍ରୀ ‌କନକବର୍ଦ୍ଧନ ସିଂହଦେଓ ନୂଆପଲ୍ଲୀଠାରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାର ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କୋଣାର୍କରେ ହେବାକୁ ଥିବା ଉତ୍ସବରେ ସାମିଲ ହୋଇଛନ୍ତି। ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦ ଏବଂ ବିଧାୟକମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ସମାରୋହରେ ଯୋଗ ଦେଇଛନ୍ତି। ସୁସ୍ଥ ଜୀବନ ପାଇଁ ଦରକାର ଯୋଗ। କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ। ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ। ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking