30.1 C
Bhubaneswar
Friday, April 26, 2024
Homeଓଡିଶାଚଳିତ ବର୍ଷ ରାଜ୍ୟ ରେ 1000 କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ...

ଚଳିତ ବର୍ଷ ରାଜ୍ୟ ରେ 1000 କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ କରାଯିବ ମୁଖ୍ୟମନ୍ତ୍ରୀ

ଆସ୍କା ସେତୁ ଉଦ୍ ଘାଟିତ

 

ଭୁବନେଶ୍ୱର: ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ ସେତୁର ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ପରିବର୍ତ୍ତନ କରାଯାଇ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ (Link) ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୁରତ୍ଵ ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯୋଗାଯୋଗରେ ସୁବିଧା ଆସିବ।

ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି ।

ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି। ସଡକ, ସେତୁ ନିର୍ମାଣରେ ଆଖିଦୃଶିଆ ବିକାଶ ଆସିଛି। ପର୍ଯଟନ, କ୍ରୀଡା , ଆଦି କ୍ଷେତ୍ରରେ ବିଶ୍ଵ ସ୍ତରୀୟ ଭିତ୍ତିଭୂମି ନିର୍ମାଣ କରାଯାଉଛି। ଚଳିତ ଆର୍ଥିକ ବର୍ଷ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।

ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ।

ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ଦ୍ଵିତୀୟ ଲହର ର ଭୟ ରହିଛି । ତେଣୁ ଆପଣମାନଙ୍କୁ ମୋର ନିବେଦନ, ଆପଣମାନେ କୋଭିଡର ସବୁ ନିୟମକୁ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ ଜାଗାରେ ସାମାଜିକ ଦୂରତା ରଖନ୍ତୁ ।

ଏହି କାର୍ଯ୍ୟକ୍ରମ ରେ ଆସ୍କା ଏମ୍ ପି ଆସ୍କା ବିଧାୟକ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ପ୍ରମୁଖ ଉଦ୍ ବୋଧନ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking