26.1 C
Bhubaneswar
Tuesday, September 17, 2024
Homeଓଡିଶାହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା ଓ ଫଳାଫଳ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଛି । ହିଞ୍ଜିଳିରେ ମଧ୍ୟ ମୁଖ୍ୟମନ୍ତ୍ରୀ ଆଗରେ ଆଛନ୍ତି । ବିଜେପି ପ୍ରାର୍ଥୀ ଶିଶିର ମିଶ୍ରଙ୍କ ଠାରୁ ୧ ହଜାର ୧୨୮ ଭୋଟରେ ଆଗରେ ଅଛନ୍ତି । ନବୀନ ପଟ୍ଟନାୟକଙ୍କୁ ୩ ହଜାର ୮୦୬ ଭୋଟ୍ ।
ସେହିପରି କଣ୍ଟାବାଞ୍ଝି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ରହିଛନ୍ତି । ୧୫୬ ଭୋଟରେ ନବୀନ ପଟ୍ଟନାୟକ ଆଗୁଆ । ଦ୍ୱିତୀୟ ସ୍ଥାନରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ୍ ଏବଂ ତୃତୀୟ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking